ଆଗାମୀ ୨ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୫ ଜିଲ୍ଲାକୁ ୱାର୍ଣ୍ଣିଂ : ୧୨ ତାରିଖ ସକାଳ ୮ଟା ୩୦ରୁ ୧୩ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୦ ଜାନୁଆରୀ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୫ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଏବଂ କୋରାପୁଟ । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ର
ଆଗାମୀ ୨ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୫ ଜିଲ୍ଲାକୁ ୱାର୍ଣ୍ଣିଂ : ୧୨ ତାରିଖ ସକାଳ ୮ଟା ୩୦ରୁ ୧୩ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ଚେତାବନୀ


ଭୁବନେଶ୍ୱର, ୧୦ ଜାନୁଆରୀ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୫ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଏବଂ କୋରାପୁଟ । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ସେହିପରି ୧୨ ତାରିଖ ସକାଳ ୮ଟା ୩୦ରୁ ୧୩ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଏବଂ କୋରାପୁଟ । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande