ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ସୁଡ଼ଙ୍ଗ ନିର୍ମାଣ କ୍ଷେତ୍ରରେ ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ
ଭୁବନେଶ୍ୱର, 14 ଜାନୁଆରି (ହି.ସ.) - ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର ଟି-3ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି । ଯାହାକି ଖୋର୍ଦ୍ଧା ରୋଡ୍ - ବଲାଙ୍ଗୀର ନୂତନ ରେଳ ଲାଇନ ପ୍ରକଳ୍ପ ଦ୍ୱାରା ଆଉ ଏକ ପ୍ରମୁଖ ମାଇଲଖୁଣ୍
ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର    ରେଳ ଲାଇନ ପ୍ରକଳ୍ପର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ସୁଡ଼ଙ୍ଗ ନିର୍ମାଣ କ୍ଷେତ୍ରରେ ଆଉ ଏକ    ପ୍ରମୁଖ ମାଇଲଖୁଣ୍ଟ ହାସଲ


ଭୁବନେଶ୍ୱର, 14 ଜାନୁଆରି (ହି.ସ.)

- ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ

ସୁଡ଼ଙ୍ଗ ନମ୍ବର ଟି-3ର ଖନନ କାର୍ଯ୍ୟ ସଫଳତା

ସହିତ ଶେଷ ହୋଇଛି । ଯାହାକି ଖୋର୍ଦ୍ଧା ରୋଡ୍ - ବଲାଙ୍ଗୀର ନୂତନ ରେଳ ଲାଇନ ପ୍ରକଳ୍ପ ଦ୍ୱାରା

ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛି। 2620 ମିଟର

ଦୈର୍ଘ୍ୟ ଏବଂ 2-ଡିଗ୍ରୀ କର୍ଭ ବିଶିଷ୍ଟ ଏହି ସୁଡ଼ଙ୍ଗ ଖନନ କାର୍ଯ୍ୟ ବର୍ତ୍ତମାନ

ନୂତନ ଜ୍ଞାନକୌଶଳ ପଦ୍ଧତି ଦ୍ୱାରା କାର୍ଯ୍ୟ ସମାପ୍ତ ହୋଇଛି। ଏହି ସଫଳତା ବ୍ରେକ ଥ୍ରୂ ବା

ଦିବାଲୋକ, 13 ଜାନୁଆରୀ 2025 ରେ ସଫଳତାର ସହ ହାସଲ କରାଯାଇଥିଲା, ଯାହା ଏହି ଗୁରୁତ୍ୱପୂର୍ଣ୍ଣ ସାର୍ବଜନୀନ କେନ୍ଦ୍ରିକ ରେଳ ଲାଇନ

ପ୍ରକଳ୍ପ ନିର୍ମାଣରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା।

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର

ଚାଲୁରହିଥିବା ସମଗ୍ର ରେଳ ଲାଇନ ପ୍ରକଳ୍ପରେ ସୁଡ଼ଙ୍ଗ ନମ୍ବର ଟି-3 ହେଉଛି ନୟାଗଡ଼ ଜିଲ୍ଲାର ସବୁଠାରୁ ଲମ୍ବା ସୁଡ଼ଙ୍ଗ ଏବଂ ଏହି ପ୍ରକଳ୍ପର

ଦ୍ୱିତୀୟ ଲମ୍ବା ସୁଡ଼ଙ୍ଗ। ସୁଡ଼ଙ୍ଗର ଖନନରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ମେସିନ୍

ନିୟୋଜିତ କରାଯାଇଥିଲା, ଯାହା ପୂର୍ବ ଘାଟର

ଚ୍ୟାଲେଞ୍ଜିଂ ଏବଂ ଦୁର୍ଗମ ଭୂଖଣ୍ଡକୁ ନେଭିଗେଟ୍ କରିବା ପାଇଁ ଡିଜାଇନ୍ କରାଯାଇଥିଲା। ଏହି

ଐତିହାସିକ ସଫଳତା ଓଡ଼ିଶାର ଉପକୂଳ ଅଞ୍ଚଳ ସହିତ ପଶ୍ଚିମାଞ୍ଚଳକୁ ସଂଯୋଗ କରିବାରେ ଏକ

ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ଏବଂ ଏହି ଅଞ୍ଚଳର ପରିବହନ ଏବଂ ଆର୍ଥିକ ସମ୍ଭାବନାକୁ

ବୃଦ୍ଧି କରିବ।

ସୁଡ଼ଙ୍ଗ ନିର୍ମାଣରେ

ପ୍ରମୁଖ ଚ୍ୟାଲେଞ୍ଜଗୁଡ଼ିକର ମୁକାବିଲା-

ଖୋର୍ଦ୍ଧା ରୋଡ୍ -

ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସମୁଦାୟ ଦାର୍ଘ୍ୟ 301

କିଲୋମିଟର ଅଟେ ଯାହାକି ସୁଡ଼ଙ୍ଗ ନିର୍ମାଣ କ୍ଷେତ୍ରରେ ଅନେକ ଇଞ୍ଜିନିୟରିଂ ଏବଂ ଲଜିଷ୍ଟିକ୍

ଚ୍ୟାଲେଞ୍ଜ ଗୁଡିକର ସାମ୍ନା କରିବାକୁ ପଡିଛି। ଏହି ପ୍ରକଳ୍ପରେ 75 କିଲୋମିଟର ଦୈର୍ଘ୍ୟ ମଧ୍ୟରେ ସାତଟି ସୁଡ଼ଙ୍ଗ ଅନ୍ତର୍ଭୁକ୍ତ ଯାହାକି

ସମସ୍ତ ସୁଡ଼ଙ୍ଗ ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଅବସ୍ଥିତ। ଏହି ସୁଡ଼ଙ୍ଗଗୁଡ଼ିକର ବିଶେଷକରି

ପୂର୍ବଘାଟର କଷ୍ଟକର ଭୂଖଣ୍ଡ ଦେଇ ନିର୍ମାଣ କାର୍ଯ୍ୟ ପ୍ରକଳ୍ପର ସବୁଠାରୁ ଜଟିଳ ଦିଗ ମଧ୍ୟରୁ

ଗୋଟିଏ।

ଏହି ସୁଡ଼ଙ୍ଗଗୁଡ଼ିକ

ମଧ୍ୟରୁ, ସୁଡ଼ଙ୍ଗ ନମ୍ବର ଟି-7

ଯାହାର ଦୈର୍ଘ୍ୟ 4.885 କିଲୋମିଟର ସବୁଠାରୁ ଲମ୍ବା ସୁଡ଼ଙ୍ଗର ଏକ ଅଂଶ, ପୂର୍ବରୁ ସଫଳତାର ସହିତ ଅର୍ଦ୍ଧାଧିକ ଖନନ କାର୍ଯ୍ୟ ସମାପ୍ତ

କରିସାରିଛି । ସେହିପରି ସୁଡ଼ଙ୍ଗ ନମ୍ବର ଟି-1, ସୁଡ଼ଙ୍ଗ

ନମ୍ବର ଟି-3 ଏବଂ ଅନ୍ୟାନ୍ୟ ସୁଡ଼ଙ୍ଗ ଖନନ କାର୍ଯ୍ୟ ସଫଳତା ସହିତ ସମ୍ପାଦନ

ହୋଇସାରିଛି। ବିଭିନ୍ନ ମାଟି ଘନତା ଏବଂ ପଥର ଗଠନ ସମେତ ଜଟିଳ ଭୌଗୋଳିକ ପରିସ୍ଥିତି ପରିଚାଳନା

ପାଇଁ ନୂତନତମ କୌଶଳ ବ୍ୟବହାର କରି ସୁଡ଼ଙ୍ଗଗୁଡ଼ିକ ନିର୍ମାଣ କରାଯାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande