ଭୁବନେଶ୍ୱର, ୯ ଜାନୁଆରୀ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ସେଲସିୟସ୍ ବୃଦ୍ଧି ପାଇପାରେ ।
ସେହିପରି ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ