ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୪ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୪ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ୧୫ ତାରିଖ ଓ ୧୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୧୭, ୧୮, ୧୯ ଓ ୨୦ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande