ଭୁବନେଶ୍ୱର, ୨୦ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୧ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ