ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ସର୍ବାଧିକ ୬୨.୮ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ସର୍ବାଧିକ ୬୨.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ୫୫.୦ ମି.ମି., ନୟାଗଡ଼ ଜିଲ୍ଲାର ଗଣିଆରେ ୪୭.୦ ମି.
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ସର୍ବାଧିକ ୬୨.୮ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ସର୍ବାଧିକ ୬୨.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ୫୫.୦ ମି.ମି., ନୟାଗଡ଼ ଜିଲ୍ଲାର ଗଣିଆରେ ୪୭.୦ ମି.ମି., କଟକ ଜିଲ୍ଲାର ବାଙ୍କୀରେ ୪୫.୦ ମି.ମି., ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ୪୨.୮ ମି.ମି., ବଲାଙ୍ଗିର ଜିଲ୍ଲାର ବଲାଙ୍ଗିରରେ ୪୧.୩ ମି.ମି., କଟକ ଜିଲ୍ଲାର କଟକରେ ୩୯.୮ ମି.ମି., କଳାହାଣ୍ଡି ଜିଲ୍ଲାର ନର୍ଲାରେ ୩୭.୦ ମି.ମି., କୋରାପୁଟ ଜିଲ୍ଲାର କୋଟପାଡ଼ରେ ୩୬.୦ ମି.ମି., ବୋରିଗୁମ୍ମାରେ ୩୫.୬ ମି.ମି., କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ୩୪.୬ ମି.ମି., ରାୟଗଡ଼ା ଜିଲ୍ଲାର କୋଲନାରାରେ ୩୨.୨ ମି.ମି. ଏବଂ କଟକ ଜିଲ୍ଲାର ନରାଜରେ ୨୯.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande