ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ
ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ସକାଳେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏବଂ ଏହା ସହିତ ଜଡ଼ିତ ଥିବା ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କି.ମି. ପର୍ଯ୍ୟନ୍ତ ପରିବ୍ୟାପ୍ତ ରହିଛି । ଏହା ପଶ୍ଚିମ-ଉତର-ପଶ୍ଚିମ ଦି
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ


ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ସକାଳେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏବଂ ଏହା ସହିତ ଜଡ଼ିତ ଥିବା ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କି.ମି. ପର୍ଯ୍ୟନ୍ତ ପରିବ୍ୟାପ୍ତ ରହିଛି । ଏହା ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରିପାରେ ଏବଂ ଆସନ୍ତାକାଲି ଅପରାହ୍ନ ସୁଦ୍ଧା ଦକ୍ଷିଣ-ପଶ୍ଚିମ ଓ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରିୟ ବଙ୍ଗୋପସାଗର ଉପରେ ଉତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଅବପାତରେ ପରିଣତ ହୋଇପାରେ ।

ଏହାପରେ ପଶ୍ଚିମ ଉତର ପଶ୍ଚିମ ଦିଗରେ ନିଜର ଗତି ଜାରି ରଖିବା ସହିତ ଉତର ତାମିଲନାଡ଼ୁ, ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ପହଂଚିବ । ଏବଂ ପରବର୍ତୀ ୨୪ ଘଂଟାରେ ଏହା ଅଧିକ ଘନିଭୂତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande