ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୨୨ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୨୬ ଓ ୨୭ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande