ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ବର୍ଷା : କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୩ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ଗଞ୍ଜାମରେ ୧୭.୨ ମି.ମି., କୋରାପୁଟ ଜିଲ୍ଲାର ବନ୍ଧୁଗାଁର
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ବର୍ଷା : କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୩ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଗଞ୍ଜାମ ଜିଲ୍ଲାର ଗଞ୍ଜାମରେ ୧୭.୨ ମି.ମି., କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୧୦.୦ ମି.ମି., ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ୯.୪ ମି.ମି., ରାୟଗଡ଼ା ଜିଲ୍ଲାର ଆର. ଗୁଡାରେ ୮.୪ ମି.ମି., ଗଜପତି ଜିଲ୍ଲାର ଗୋଷାଣିରେ ୮.୦ ମି.ମି., ଗଞ୍ଜାମ ଜିଲ୍ଲାର ସୋରଡ଼ାରେ ୭.୮ ମି.ମି., ପୁରୀ ଜିଲ୍ଲାର ବ୍ରହ୍ମଗିରିରେ ୭.୦ ମି.ମି., ଗଞ୍ଜାମ ଜିଲ୍ଲାର ଛତ୍ରପୁରରେ ୬.୮ ମି.ମି., ମାଧବରିଡାରେ ୪.୦ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୪.୦ ମି.ମି., ରାୟଗଡ଼ା ଜିଲ୍ଲାର ରାୟଗଡ଼ା(ପିଟିଓ)ରେ ୪.୦ ମି.ମି. ଏବଂ ରାୟଗଡ଼ା ଜିଲ୍ଲାର ରାୟଗଡ଼ାରେ ୩.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande