ଭୁବନେଶ୍ୱର, ୨୩ ଅକ୍ଟୋବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୪ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୨୮ ଓ ୨୯ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ