
ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ - ଯାହା ସମୁଦ୍ର ପତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବିସ୍ତୃତ, ଆଜି ସକାଳେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରିପାରେ ଏବଂ ୨୫ ତାରିଖରେ ଦକ୍ଷିଣ-ପୂର୍ବ ଏବଂ ତତ୍ସଂଲଗ୍ନ କେନ୍ଦ୍ରିୟ ବଙ୍ଗୋପସାଗର ଉପରେ ଅବପାତରେ ପରିଣତ ହୋଇପାରେ । ପୁନଶ୍ଚ ୨୬ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହୋଇପାରେ । ଏବଂ ୨୭ ତାରିଖ ସକାଳେ ଏହା ଦକ୍ଷିଣ-ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରିୟ ବଙ୍ଗୋପସାଗର ଉପରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ