ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଚତୁର୍ଥ ଦିନ ଅର୍ଥାତ୍ ୨୭ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨୮ ଓ ୨୯
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଚତୁର୍ଥ ଦିନ ଅର୍ଥାତ୍ ୨୭ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨୮ ଓ ୨୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି । ୩୦ ତାରିଖ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୨୫ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିଛି । ୨୭ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ୩୦ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande