
ଭୁବନେଶ୍ୱର, ୨୬ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ସର୍ବାଧିକ ୪୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ରାୟଗଡ଼ା ଜିଲ୍ଲାର ଗୁଡାରିରେ ୩୬.୪ ମି.ମି., ବଲାଙ୍ଗିର ଜିଲ୍ଲାର ସଇଁତଳାରେ ୩୬.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଖୋର୍ଦ୍ଧା(ପିଟିଓ)ରେ ୩୧.୦ ମି.ମି., କଳାହାଣ୍ଡି ଜିଲ୍ଲାର ମଦନପୁର-ରାମପୁରରେ ୨୯.୦ ମି.ମି., ରାୟଗଡ଼ା ଜିଲ୍ଲାର ଅମ୍ବାଦୋଳାରେ ୨୫.୦ ମି.ମି., କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ୨୨.୦ ମି.ମି., ବଲାଙ୍ଗିର ଜିଲ୍ଲାର ଗୁଡଭେଲାରେ ୨୧.୮ ମି.ମି., ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୨୦.୦ ମି.ମି., ପୁରୀ ଜିଲ୍ଲାର ପିପିଲିରେ ୧୯.୨ ମି.ମି., କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୧୬.୨ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୧୪.୦ ମି.ମି. ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୧୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ