ରେଳ ଓଭରବ୍ରିଜ୍ ପାଇଁ ମୋଦି , ରେଳ ମନ୍ତ୍ରୀ , ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ୩୦ ଅକ୍ଟୋବର (ହି.ସ)- ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍ ନିର୍ମାଣ ପାଇଁ ରେଳ ମନ୍ତ୍ରାଳୟ ଅନୁମୋଦନ ଦେଇଛି। ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ , କେନ୍ଦ୍ର ରେଳ ମନ୍ତ୍ରୀ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏକ୍ସରେ କେନ୍ଦ୍ରମନ୍ତ୍ରୀ ଶ୍ରୀ
ରେଳ ଓଭରବ୍ରିଜ୍ ପାଇଁ ମୋଦି , ରେଳ ମନ୍ତ୍ରୀ , ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, ୩୦ ଅକ୍ଟୋବର (ହି.ସ)- ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍ ନିର୍ମାଣ ପାଇଁ ରେଳ ମନ୍ତ୍ରାଳୟ ଅନୁମୋଦନ ଦେଇଛି। ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ , କେନ୍ଦ୍ର ରେଳ ମନ୍ତ୍ରୀ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଏକ୍ସରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଲେଖିଛନ୍ତି ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍ ନିର୍ମାଣ ପାଇଁ ରେଳ ମନ୍ତ୍ରାଳୟ ଅନୁମୋଦନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି , କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି । ଏହି ରେଳ ଓଭର ବ୍ରିଜ୍ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ । 'ପୂର୍ବୋଦୟ' ମିଶନରେ ଏହି ପଦକ୍ଷେପ ଓଡ଼ିଶାର ଭିତିଭୂମି ବିକାଶକୁ ତ୍ୱରାନ୍ୱିତ କରାଇବା ସହ ବ୍ରିଜ୍ ଗୁଡ଼ିକ ରାଜ୍ୟରେ ଯାତାୟତକୁ ସୁଗମ ଓ ନିରାପଦ କରିବ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande