
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ଆଜିଠାରୁ ଆରମ୍ଭ
ହୋଇଛି ବାତ୍ୟା ମୋନ୍ଥାର କ୍ଷୟ କ୍ଷତି ଆକଳନ | ବିଭିନ୍ନ ଜାଗାରେ ଆଜି ବର୍ଷାର ସମ୍ଭାବନା ଅଛି | ଅମଳ ସମୟ ଥିବାରୁ
କପା ଏବଂ ଧାନ ଚାଷର କ୍ଷୟକ୍ଷତି ହୋଇଛି, କିଛି ଜାଗାରେ ଘର ଭାଙ୍ଗିଛି | ତିନି ଦିନ ମଧ୍ୟରେ କ୍ଷୟକ୍ଷତିର ଆକଳନ ପାଇଁ ଜିଲ୍ଲାପାଙ୍କୁ ନିର୍ଦେଶ
ଦିଆଯାଇଛି ବୋଲି ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ| ଯେଉଁ ଜିଲ୍ଲା ରେ କ୍ଷୟକ୍ଷତି ହୋଇନାହିଁ, ସେ ଜିଲ୍ଲାରୁ
ରାଜସ୍ୱ ଅଧିକାରୀଙ୍କୁ ଆକଳନ ପାଇଁ ନିୟୋଜିତ କରାଯିବ | ଭୁସ୍ଖଳନ ଗୋଟେ ବଡ଼ ସମସ୍ୟା ହୋଇ ଉଭା ହେଲାଣି | ପାହାଡ଼ ଭଳି ପଥର
ଖସିଛି | ପ୍ରାକୃତିକ ବିପର୍ଯୟ ଲାଗି ପଥର ଖସୁଛି | ପଥର ଖସିବାରେ ସବୁଠୁ ସମ୍ବେଦନଶୀଳ ଜିଲ୍ଲା ହେଉଛି ଗଜପତି ଜିଲ୍ଲା
ବୋଲି ମନ୍ତ୍ରୀ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା