
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି
ଯେ, ସ୍ୱାଧୀନ ଭାରତର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ତଥା 'ଲୌହ ମାନବ'
ଭାବେ
ସୁପରିଚିତ ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ କୋଟି କୋଟି
ପ୍ରଣାମ ଜଣାଉଛି । ଦେଶର ଅଖଣ୍ଡତା ଓ ଏକତା
ପ୍ରତି ତାଙ୍କ ଅବଦାନକୁ ମନେରଖିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ପରିକଳ୍ପନାରେ
ପ୍ରତିବର୍ଷ ପାଳିତ ହେଉଛି 'ରାଷ୍ଟ୍ରୀୟ ଏକତା ଦିବସ'
।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା