
ଭୁବନେଶ୍ଵର, ୧୦ ନଭେମ୍ବର (ହି.ସ.)- ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଆଜି ସକାଳେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ରୁ ୫୦୦ ମିଟର ମଧ୍ୟରେ ରହିଛି । ସେହିପରି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଏବଂ ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡ଼ାରେ ଆଜି ସକାଳେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷର ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ