
ଭୁବନେଶ୍ୱର, ୧୫ ନଭେମ୍ବର (ହି.ସ.)- ଆଜି ସକାଳ ଠାରୁ ଆସନ୍ତା ୧୭ ତାରିଖ ସକାଳ ପର୍ଯ୍ୟନ୍ତ ଶୀତ ଲହରି ନେଇ ରାଜ୍ୟର ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ କନ୍ଧମାଳ ।
ପରବର୍ତୀ ୫ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ