
ଭୁବନେଶ୍ୱର, ୧୬ ନଭେମ୍ବର (ହି.ସ.)- ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, କନ୍ଧମାଳ, କଟକ, ଖୋର୍ଦ୍ଧା ।
ପରବର୍ତୀ ସମୟରେ ୧୭ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ