ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି : ୫ ଘଂଟା ସାଧାରଣ ଦର୍ଶନ ବନ୍ଦ
ପୁରୀ, ୧୬ ନଭେମ୍ବର (ହି.ସ.)- ମାର୍ଗଶିର ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥିରେ ଆସନ୍ତାକାଲି ସୋମବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିନେଇ ଦ୍ୱିତୀୟ ଭୋଗମଣ୍ଡପ ପରେ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଂଟା ସର୍ବସାଧାରଣ ଦର୍ଶନ ବନ୍ଦ ରହି
ଶ୍ରୀମନ୍ଦିର


ପୁରୀ, ୧୬ ନଭେମ୍ବର (ହି.ସ.)- ମାର୍ଗଶିର ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥିରେ ଆସନ୍ତାକାଲି ସୋମବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିନେଇ ଦ୍ୱିତୀୟ ଭୋଗମଣ୍ଡପ ପରେ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଂଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ । ଏହା ଏକ ଗୁପ୍ତନୀତି । ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । ଶ୍ରୀଜୀଉଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରେ ପଇତା ଲାଗି ଅନ୍ୟତମ । ଶ୍ରୀବିଗ୍ରହ ମାନଙ୍କ ଠାରେ ଦୈନନ୍ଦିନ ଲାଗି ହେଉଥିବା ଚନ୍ଦନରୁ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ପଇତାଲାଗି କରାଯାଇଥାଏ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande