ଆଗାମୀ ୫ ଦିନ ମଧ୍ୟରେ ୧୨ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୨୨ ଡିସେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ୨୭ ତାରିଖ ସକାଳ ସୁଦ୍ଧା ରାଜ୍ୟର ୧୨ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ,
ଆଗାମୀ ୫ ଦିନ ମଧ୍ୟରେ ୧୨ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୨୨ ଡିସେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ୨୭ ତାରିଖ ସକାଳ ସୁଦ୍ଧା ରାଜ୍ୟର ୧୨ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ଜଗତସିଂହପୁର, ସୋନପୁର, ବଲାଙ୍ଗିର, କେନ୍ଦ୍ରାପଡ଼ା, କନ୍ଧମାଳ ଏବଂ କଳହାଣ୍ଡି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande