ବିନିକା ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର, ୨୨ ଡିସେମ୍ବର (ହି.ସ.)- ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ସିଂଘିଯୁବା ଗ୍ରାମ କାର୍ଯ୍ୟାଳୟ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ. ନୃପରାଜ ସାହୁ ଯୁଗ୍
ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଓ ଜିଲ୍ଲା ସ୍ତରୀୟ ସୁଶାସନ କର୍ମଶାଳା ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ସିଂଘିଯୁବା  ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସ୍ଥିତ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ  : * ବିଭିନ୍ନ ପ୍ରକାର ର   ୯୭(ସତନବେ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

ସୁବର୍ଣ୍ଣପୁର, ୨୨ ଡିସେମ୍ବର (ହି.ସ.)- ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ସିଂଘିଯୁବା ଗ୍ରାମ କାର୍ଯ୍ୟାଳୟ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ. ନୃପରାଜ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୯୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୮୩ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୪ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ଗୋଟିଏ ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିରରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିନିକା, ଶରତ କୁମାର ବାଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ସୁବର୍ଣ୍ଣପୁର ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁର, ଶ୍ରୀମତି ସୁମ୍ୟାରୂପା ରଥଙ୍କ ସମେତ ତହସିଲଦାର, ବିନିକା, ସୁଶ୍ରୀ ରସନା ଭୋଇ, ସରପଞ୍ଚ, ସିଂଘିଯୁବା ଗ୍ରାମପଞ୍ଚାୟତ ଶ୍ରୀମତି ପଦ୍ମିନୀ ତ୍ରିପାଠି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ବୃନ୍ଦଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।

ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାର ସୁଶାସନ ସପ୍ତାହ ୧୯-୨୫ ଡିସେମ୍ବର ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ସ୍ତରୀୟ ସୁଶାସନ ସମ୍ପର୍କୀୟ କର୍ମଶାଳା ସିଂଘିଯୁବା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା। ଏହି ସୁଶାସନ କର୍ମଶାଳାରେ ସୁବର୍ଣ୍ଣପୁର ଜିଲ୍ଲାରେ ସୁଶାସନ ଉପରେ ଆଲୋଚନା କରାଯାଇଥିଲା।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande