

ଭୁବନେଶ୍ୱର, ୨୫ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, ଢ଼େଙ୍କାନାଳ, ଖୋର୍ଦ୍ଧା ।
ସେହିପରି ୨୭ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ