
ଭୁବନେଶ୍ୱର, ୨୫ ଡିସେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ୩୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଆଗାମୀ ଦୁଇ ଦିନ ମଧ୍ୟରେ ଅର୍ଥାତ୍ ୨୭ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୨୦ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କଳହାଣ୍ଡି, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ଗଞ୍ଜାମ ।
ସେହିପରି ୨୭ ତାରିଖ ସକାଳ ଠାରୁ ଆସନ୍ତା ୩୦ ତାରିଖ ସକାଳ ସୁଦ୍ଧା ତିନି ଦିନ ମଧ୍ୟରେ ଭୋର୍ କିମ୍ବା ସକାଳ ସମୟରେ ୧୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼ ଏବଂ ଗଞ୍ଜାମ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ