
ଭୁବନେଶ୍ୱର, 25 ଡିସେମ୍ବର (ହି.ସ.) ପୂର୍ବତନ ପ୍ରଧାନମନ୍ତ୍ରୀ ଓ ଭାରତରତ୍ନ ସମ୍ମାନିତ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମଜୟନ୍ତୀ ଅବସରରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କୁ ପୁଷ୍ପାର୍ଘ୍ୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି ଅବସରରେ ସେ ଅଟଳଜୀଙ୍କ ସ୍ମୃତିଚାରଣ କରି କହିଥିଲେ ଯେ ଦେଶ ପାଇଁ ତାଙ୍କର ଅବଦାନ ଅମୂଲ୍ୟ ଓ ଅବିସ୍ମରଣୀୟ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଟଳ ବିହାରୀ ବାଜପେୟୀଙ୍କ ଆଦର୍ଶ, ନୀତି ଓ ଦୂରଦର୍ଶୀ ନେତୃତ୍ୱ ବିଜେପିକୁ ଏକ ସୁସଂଗଠିତ ଓ ଶକ୍ତିଶାଳୀ ଦଳ ଭାବେ ଗଢ଼ି ତୋଳିଥିଲା।
କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ସହିତ ଅନ୍ୟାନ୍ୟ ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ