
ଭୁବନେଶ୍ୱର, ୨୬ ଡିସେମ୍ବର (ହି.ସ.)- ଶୁକ୍ରବାର ସକାଳେ ରାଜ୍ୟର ୪ଟି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ୩ଟି ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ନୟାଗଡ଼, ଫୁଲବାଣୀ, କୋରାପୁଟ, ଭବାନିପାଟଣାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଛି ।
ସେହିପରି ଗୋପାଳପୁର, ପାରାଦୀପ, ରାଉରକେଲାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ