ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ କେତେକ ଜିଲ୍ଲାକୁ ଚେତାବନୀ :  ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୭ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁ
ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୭ ଡିସେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଢ଼େଙ୍କାନାଳ, ନୟାଗଡ଼, କନ୍ଧମାଳ, କୋରାପୁଟ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ସେହିପରି ଘନ କୁହୁଡ଼ି ନେଇ ୨୮ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଢ଼େଙ୍କାନାଳ, ନୟାଗଡ଼ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ସେହିପରି ଘନ କୁହୁଡ଼ି ନେଇ ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ଅନୁରୂପ ଭାବେ ୩୧ ତାରିଖ ସକାଳ ଠାରୁ ଜାନୁଆରୀ ୧ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରୁ ୨୦୦ ମିଟର ମଧ୍ୟରେ ରହିପାରେ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande