ଆଗାମୀ ୫ ଦିନ ମଧ୍ୟରେ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା : ଆଗାମୀ ୨୪ ଘଂଟା ମଧ୍ୟରେ ୧୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ
ଭୁବନେଶ୍ୱର, ୨୭ ଡିସେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୨୮ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା
ଆଗାମୀ ୫ ଦିନ ମଧ୍ୟରେ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୨୭ ଡିସେମ୍ବର (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।

ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୨୮ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ବଲାଙ୍ଗିର, ସୋନପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଗଞ୍ଜାମ, ଗଜପତି ଏବଂ ସୁନ୍ଦରଗଡ଼ ।

ସେହିପରି ୨୮ ତାରିଖ ସକାଳ ଠାରୁ ଆସନ୍ତା ୩୦ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଏବଂ ସୁନ୍ଦରଗଡ଼ ।

ଅନୁରୂପ ଭାବେ ୩୦ ତାରିଖ ସକାଳ ଠାରୁ ଜାନୁଆରୀ ୧ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୧୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଏବଂ ସୁନ୍ଦରଗଡ଼ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande