




ଭୁବନେଶ୍ୱର, ୨୮ ଡିସେମ୍ବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୩୧ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ କେତେକ ଜିଲ୍ଲାରେ ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ଚେତାବନୀ ରହିଛି ।
ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ଘନ କୁହୁଡ଼ି ନେଇ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ଘନ କୁହୁଡ଼ି ନେଇ ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ଅନୁରୂପ ଭାବେ ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ୩୧ ତାରିଖ ସକାଳ ଠାରୁ ଜାନୁଆରୀ ୧ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୦ରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ଘନ କୁହୁଡ଼ିରୁ ଅତି ଘନ କୁହୁଡ଼ି ନେଇ ଜାନୁଆରୀ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୦ରୁ ୨୦୦ ମିଟର ମଧ୍ୟରେ ରହିପାରେ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୨ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ