ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର, ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସହିତ ସୁନା
ଖୋର୍ଦ୍ଧା, ୩୦ ଡିସେମ୍ବର (ହି.ସ.)- କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଚଢ଼ଉ କରାଯାଇଛି। ଚଢଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଟଙ୍କା ଜବତ କରାଯାଇଛି। ଭୁବନେଶ୍ବର ବଡ
ଭିଜିଲାନସ୍


ଖୋର୍ଦ୍ଧା, ୩୦ ଡିସେମ୍ବର (ହି.ସ.)- କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଚଢ଼ଉ କରାଯାଇଛି। ଚଢଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଟଙ୍କା ଜବତ କରାଯାଇଛି। ଭୁବନେଶ୍ବର ବଡ଼ଗଡ଼ ବ୍ରିଟ କଲୋନୀ ସ୍ଥିତ ଶାଶୁଙ୍କ ଘରୁ ୭୫ ଲକ୍ଷ ଜବତ ହୋଇଛି। ୩ଟି ସୁଉଚ୍ଚ କୋଠା, ଗୋଟିଏ ଫ୍ଲାଟ ଓ ୪ଟି ଦାମୀ ପ୍ଲଟର ସନ୍ଧାନ ପାଇଛି ଭିଜିଲାନ୍ସ। ଭୁବନେଶ୍ଵର ବଡ଼ଗଡ଼ର ଗୋପାଳୁଣୀ ନଗରରେ ୩ ମହଲା କୋଠା ରହିଛି। ବଡ଼ଗଡ଼ ବ୍ରିଟ କଲୋନୀରେ ୩ ମହଲା କୋଠା ଓ ଉତ୍ତରାରେ ୨ ବିଏଚକେ ଫ୍ଲାଟ ସହ ଖୋର୍ଦ୍ଧାର ସାନପଲ୍ଲା ଠାରେ ୨ ମହଲା କୋଠା ମଧ୍ୟ ରହିଛି। ଭୁବନେଶ୍ୱରରେ ୩ଟି ଓ ଖୋର୍ଦ୍ଧାରେ ଗୋଟିଏ ଦାମୀ ପ୍ଲଟ ଠାବ କରାଯାଇଛି। ୧୦୦ ଗ୍ରାମ ସୁନା, ଗୋଟିଏ ଦାମୀ କାର୍‌ ସମେତ ୪ଟି ବାଇକ,ଏକାଧିକ ବ୍ୟାଙ୍କ ଖାତା ଓ ପୋଷ୍ଟାଲ ଜମାର ତଦନ୍ତ ଜାରି ରହିଛି । ୧୯୯୫ରେ ଲ୍ୟାବ ଆସିଷ୍ଟାଣ୍ଟ ଭାବେ ସେ ମାସିକ ୨ ହଜାର ଟଙ୍କାରେ ଚାକିରି ଜୀବନ ଆରମ୍ଭ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande