ରାଜଗାଙ୍ଗପୁରରେ ନିଆଁରେ ଜଳି କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ନବୀନଙ୍କ ଦୁଃଖ ପ୍ରକାଶ, ସରକାରଙ୍କୁ କଲେ ଟାର୍ଗେଟ
ଭୁବନେଶ୍ୱର, 8 ଡିସେମ୍ବର (ହି.ସ.)- ରାଜଗାଙ୍ଗପୁରରେ ନିଆଁରେ ଜଳି କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ
ରାଜଗାଙ୍ଗପୁରରେ ନିଆଁରେ ଜଳି କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ     ନବୀନଙ୍କ ଦୁଃଖ ପ୍ରକାଶ, ସରକାରଙ୍କୁ କଲେ ଟାର୍ଗେଟ


ଭୁବନେଶ୍ୱର, 8 ଡିସେମ୍ବର (ହି.ସ.)- ରାଜଗାଙ୍ଗପୁରରେ ନିଆଁରେ ଜଳି କଲେଜ ଛାତ୍ରୀଙ୍କ

ମୃତ୍ୟୁକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ

ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ

ଛାତ୍ରୀ ପ୍ରାଣହରାଇବା ଘଟଣା ଅତ୍ୟନ୍ତ ହୃଦୟବିଦାରକ। ଏପରି ଦୁଃଖଦ ସମୟରେ ପରିବାରବର୍ଗଙ୍କ

ପ୍ରତି ମୋର ଗଭୀର ସମବେଦନା ଜଣାଇବା ସହ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ନବୀନ କହିଛନ୍ତି ଯେ, ଜୀବନରୁ ମାରିଦେବା ପାଇଁ ପୂର୍ବରୁ ଧମକ

ମିଳିଥିବା ନେଇ ପରିବାର ଲୋକେ କହିବା ପରେ ବି ସରକାରଙ୍କ ନିଷ୍କ୍ରିୟତା ସମସ୍ତଙ୍କୁ ଆଶ୍ଚର୍ଯ୍ୟ

କରୁଛି। ସରକାର କେତେ ଆଉ ନିରୀହ ଜୀବନ ଏପରି ଜଳିବାକୁ ଛାଡ଼ିଦେବେ? ଓଡ଼ିଶାରେ ବଢୁଥିବା

ଏହିପରି ଘଟଣାକୁ ରୋକିବା ଦିଗରେ ସରକାରଙ୍କ ଉଦାସୀନତା ଅପରାଧୀଙ୍କ ସାହସ ବଢ଼ାଉଛି।

ନବୀନ କହିଛନ୍ତି ଯେ, ଲୋକେ ଅସୁରକ୍ଷିତ ହେଉଛନ୍ତି, ଅପରାଧୀମାନେ

ଖୁଲମଖୋଲା ବୁଲୁଛନ୍ତି। ସରକାର ସୁରକ୍ଷା କାହାକୁ ଦେଉଛନ୍ତି?

ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ସଜାଡ଼ିବା ଦିଗରେ ସରକାର କଠୋର

ହୁଅନ୍ତୁ। ଲୋକଙ୍କୁ ନ୍ୟାୟ ମିଳୁ, ଅପରାଧୀଙ୍କ ଉପରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande