
କନ୍ଧମାଳ, ୯ ଡିସେମ୍ବର (ହି.ସ.)- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବିରାଗୁଡ଼ା ଗାଁ ବୁଲାଣି ରାସ୍ତାରେ ଭାରସାମ୍ଯ ହରାଇ ଏକ ଗଛରେ ପିଟିଲା ବାଇକ। ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି l ମୃତ ଯୁବକ ଦ୍ଵୟଙ୍କ ପରିଚୟ ମିଳିପାରିନାହିଁ।
ଆଜି ଅପରାହ୍ନ ପ୍ରାୟ ସାଢେ ୪ଟାରେ ଘଟିଛି ଏହି ଦୁର୍ଘଟଣା। ଖବର ପାଇ ବାଲିଗୁଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି l ଦ୍ରୁତ ଗତି ଯୋଗୁଁ ଦୁର୍ଘଟଣା ଘଟିଥିବା କୁହାଯାଉଛି l
ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ