ପୋରବନ୍ଦର/ଅହମଦାବାଦ, ୨୫ ଫେବୃଆରୀ (ହି.ସ.)- ପୋରବନ୍ଦର - ଦ୍ୱାରକା ହାଇୱେର କୁଛଡ଼ି ଗ୍ରାମ ନିକଟରେ ସୋମବାର ବିଳମ୍ବିତ ରାତିରେ କର୍ଣ୍ଣାଟକର ତୀର୍ଥଯାତ୍ରୀଙ୍କୁ ନେଇ ଆସୁଥିବା ଏକ ବସ୍ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ୍ କୁ ଧକ୍କା ଦେବା ଫଳରେ ୨ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ୧୨ ଜଣ ତୀର୍ଥଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପୋରବନ୍ଦରର ଭାବସିଂହଜୀ ସରକାରୀ ହସ୍ପିଟାଲରେ ଭର୍ତି କରାଯାଇଛି । ବସ୍ ଟି ସୋମନାଥରୁ ଦ୍ୱାରକା ଅଭିମୁଖେ ଯାଉଥିଲା । ଦୁର୍ଘଟଣା ସମ୍ପର୍କରେ ଖବର ପାଇବା ପରେ ସ୍ଥାନୀୟ ପୋଲିସ ଏବଂ ସ୍ୱାସ୍ଥ୍ୟ ବିଭାଗର ଟିମ୍ ଘଟଣାସ୍ଥଳରେ ପହଂଚି ଥିଲା ଏବଂ ଆହତ ମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତି କରିଥିଲା । ପୋଲିସ ଘଟଣାର ତଦନ୍ତ କରୁଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ