ଜୟପୁର, ୫ ଫେବ୍ରୁଆରି (ହି.ସ.) - ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା ବିକଶିତ ଗାଁ ବିକଶିତ ଓଡ଼ିଶା ଶୁଭାରମ୍ଭ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲା ଜଙ୍କିଆଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ କୋରାପୁଟ ପୋଲିସ ପ୍ୟାରେଡ ପଡ଼ିଆ ଠାରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ। ଏହି ଯୋଜନା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବା ସହ ରାଜ୍ୟରେ ୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯିବ ବୋଲି ଜଣାପଡ଼ିଛି।ଏଥିରେ ମୌଳିକ ଭିତିଭୂମିର ବିକାଶ , ଗ୍ରାମ୍ୟ ସଡ଼କ ସଂଯୋଗିକରଣ, କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ବିକାଶ,ଶିକ୍ଷା ଓ କ୍ରୀଡ଼ା ଭିତିଭୂମିର ସମ୍ପ୍ରସାରଣ ଏବଂ ଜନ ମଙ୍ଗଳକାରୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକ୍ଷମ କରିବା ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ଜଣାପଡ଼ିଛି। କୋରାପୁଟ ଜିଲ୍ଲାପାଳ ଭି କୀର୍ତି ୱାସନ, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ , ସୁନାବେଡା ପୌର ପରିଷଦ ଅଧ୍ୟକ୍ଷ ରାଜେନ୍ଦ୍ର ପାତ୍ର, କୋରାପୁଟ ବ୍ଲକ ଅଧ୍ୟକ୍ଷା ନମିତା ମାଝୀ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର ପ୍ରମୁଖ ଉପସ୍ଥିତ ଥିଲେ । କୋରାପୁଟ ବିଡ଼ିଓ ଦେବାଶିଷ ଗୌଡ଼ ଯୋଗଦେଇ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ଜିଲ୍ଳାର ସମସ୍ତ ବ୍ଲକ ସଦର ମହକୁମାରେ ମଧ୍ୟ ଆୟୋଜନ କରାଯାଇଥିଲା।
ହିନ୍ଦୁସ୍ଥାନ ସମାଚାର/ପବନ/ଭାନୁ
ହିନ୍ଦୁସ୍ଥାନ ସମାଚାର / ପବନ