ନୂଆଦିଲ୍ଲୀ, 1 ଏପ୍ରିଲ୍ (ହି.ସ.)- ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ରପତି କହିଛନ୍ତି ଯେ,
ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର
ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ନାନା କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ
ପକାଇବାର ଏକ ସୁନ୍ଦର ଅବକାଶ । ବେଶ୍ ମେଳାପି ଓ ଅତିଥିବତ୍ସଳ ଓଡ଼ିଶାବାସୀ ଆପଣାର ଗୌରବମୟ
ପରମ୍ପରାକୁ ଉଜ୍ଜୀବୀତ ରଖି ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି । ଭାରତୀୟ
ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତୂପୂର୍ଣ୍ଣ ଥିଲା ଏବଂ ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ
ଏହି ରାଜ୍ୟ ଜନ୍ମ ଦେଇଛି । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ
ନିକଟରେ ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା