ଭୁବନେଶ୍ୱର, 14 ଏପ୍ରିଲ୍ (ହି.ସ.)- ରାଜାଙ୍କ
ଚିଠିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ।
ପ୍ରତିକ୍ରିୟା ରଖି କହିଛନ୍ତି ସଂଗଠନରେ ସମସ୍ତଙ୍କୁ ଗୁରୁତ୍ୱ ଦିଆ ହୋଇଆସିଛି । ଆଞ୍ଚଳିକ ଦଳ
ଭାବେ ଆମେ ସବୁ ସମ୍ପ୍ରଦାୟର ପ୍ରତିନିଧିମାନେ ସଂଗଠନ ରହୁଛନ୍ତି ।
ରାଜାଙ୍କ ହାଇଜ୍ୟାକ
ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି କହିଛନ୍ତି ହାଇଜ୍ୟାକ କଥା ସେ ଜାଣିଥିବେ । ହାଇଜ୍ୟାକ କଥା ସେ
ବୁଝେଇ ପାରିବେ । ସେ ହାଇଜ୍ୟାକ କଥାଟା ବେଶି ଜାଣିଥିବେ।
ତାଙ୍କର ସେ ବିଷୟରେ ଉପଲବ୍ଧି ଥିବ । ଆମେ ନଈ ନ ଦେଖୁଣୁ ଲଙ୍ଗଳା କାହିଁକି ହେବା ।
ରାଜା ସ୍ୱାଇଁ ଜଣେ ବରିଷ୍ଠ ନେତା ତାଙ୍କର ବହୁତ ଅଭିଜ୍ଞତା ରହିଛି । ହାଇଜ୍ୟାକ କଥା ଯଦି କଣ ସେ
ଜାଣି ଥିବେ କି ସୂଚନା ପାଇଥିବେ ସେ ସେଇଟା କହି ପାରିବେ । ଆମେ ସଙ୍ଗଠନରେ ସମସ୍ତଙ୍କୁ ନେଇ
ଚାଲୁଛୁ । ତାକୁ ନେଇ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ କାମ କରୁଛୁ । ସବୁ ବର୍ଗ ସବୁ ବ୍ୟକ୍ତିଙ୍କୁ
ନେଇ କାମ ହେଉଛି ବୋଲି ବିଜେଡି ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ମିଶ୍ର କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା