ଭୁବନେଶ୍ୱର, 17 ଏପ୍ରିଲ୍ (ହି.ସ.)- ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଧର୍ମଶାଳାର
ଲୋକପ୍ରିୟ ବିଧାୟକ ଶ୍ରୀ ହିମାଂଶୁ ଶେଖର ସାହୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ
ଶୁଭକାମନା। ଆପଣଙ୍କ ନେତୃତ୍ୱରେ ଧର୍ମଶାଳା ନିର୍ବାଚନ ମଣ୍ଡଳୀ ତଥା ରାଜ୍ୟର ପ୍ରଗତି ଜାରି ରହୁ।
ମା' ବିରଜା ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସୁସ୍ଥ ଓ ନିରାମୟ
ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା