ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 19 ଏପ୍ରିଲ୍ (ହି.ସ.) -ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖ
ବରିଷ୍ଠ ସାମ୍ବାଦିକ     ରତିକାନ୍ତ ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 19 ଏପ୍ରିଲ୍ (ହି.ସ.)

-ବରିଷ୍ଠ

ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ

କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ

ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରତି ଭାଇ ଭାବରେ ରାଜ୍ୟର

ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ୍ ଜଣାଶୁଣା ଥିଲେ। ତାଙ୍କର ଦୀର୍ଘ ସାମ୍ବାଦିକତା

ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ।

ତାଙ୍କ ଅମର ଆତ୍ମାର ସଦଗତି

କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ

। ଓଁ ଶାନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande