ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ ଉପ
ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ
ସୋସିଆଲ ମିଡିଆରେ ଲେଖିଛନ୍ତି, ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପୂର୍ବତନ ରାଜ୍ୟ ସମ୍ପାଦକ
ଦିବାକର ନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ। ଅମର ଆତ୍ମାର ସଦଗତି କାମନା କରିବା ସହ
ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ