ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗ
ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସିପିଆଇର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପୂର୍ବତନ ରାଜ୍ୟ ସମ୍ପାଦକ ଦିବାକର ନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ସର୍ବଦା ସମାଜସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ । ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande