ଭୁବନେଶ୍ୱର, ୨୬ ଏପ୍ରିଲ (ହି.ସ.) - ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ମହାନ ଦେଶଭକ୍ତ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ବାଚସ୍ପତି ଶ୍ରୀମତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ତାଙ୍କର ପ୍ରତିମୂର୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା