ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ : ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୨ ମଇ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ । ଏନେଇ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହ
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ : ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୨ ମଇ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ । ଏନେଇ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଆଉ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ତାରିଖରେ ୭ ଜିଲ୍ଲାକୁ ଏବଂ ୧୪ ତାରିଖରେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande