ଗରମ ଓ ଗୁଳୁଗୁଳି ନେଇ ଆଜି ଓ ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୨ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ପାଇଁ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଜି ଓ ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ
ଗରମ ଓ ଗୁଳୁଗୁଳି ନେଇ ଆଜି ଓ ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୨ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ପାଇଁ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଜି ଓ ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।

ସେହିପରି ୧୪, ୧୫ ଓ ୧୬ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢ଼େଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande