ଭୁବନେଶ୍ୱର, ୧୩ ଜୁନ୍ (ହି.ସ.)- ଆଗାମୀ ୬ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୧୪ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୭ ଜିଲ୍ଲା ( କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୫ ଜିଲ୍ଲା ( ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲା (ସୁନ୍ଦରଗଡ଼ ଓ କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖରେ ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ