ଭୁବନେଶ୍ୱର, 14 ଜୁନ (ହି.ସ.) କେନ୍ଦୁଝର ଜିଲ୍ଲାର ଶୁଆକାଟୀରେ ଏକ ଦୁଃଖଦ ସଡ଼କ
ଦୁର୍ଘଟଣାରେ ସନତ ନାୟକ,
ବିଭୁ
ବାରିକ ଓ ସିପୁନ ନାୟକଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର
ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ
ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ
୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ