ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୭୪.୧ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୫ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୭୪.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ୫୧.୦ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୪
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୭୪.୧ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୫ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୭୪.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ୫୧.୦ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୪୭.୦ ମି.ମି., ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୪୨.୦ ମି.ମି., ଜଗତସିଂହପୁର ଜିଲ୍ଲାର ଆଳିପିଙ୍ଗଳରେ ୪୧.୮ ମି.ମି., ରାୟଗଡ଼ା ଜିଲ୍ଲାର କୋଲନାରାରେ ୪୧.୧ ମି.ମି., ଗଜପତି ଜିଲ୍ଲାର କାଶୀନଗରରେ ୩୪.୮ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୨୯.୨ ମି.ମି., କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ରେ ୨୫.୪ ମି.ମି., ଧର୍ମଗଡ଼ରେ ୨୪.୦ ମି.ମି., ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୨୧.୪ ମି.ମି. ଏବଂ ରାୟଗଡ଼ା ଜିଲ୍ଲାର ଗୁଣୁପୁରରେ ୨୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande