ମୁଖ୍ୟମନ୍ତ୍ରୀ ଜନତା ମୈଦାନ ପହଂଚି ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ଜୁନ (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ19 ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । ଏହି ଅବସରରେ ସେ 105ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ ମୋଦି ।
ପ୍ରଧାନମନ୍ତ୍ରୀ ମୋଦୀ 60 ପ୍ରକଳ୍ପର ଶିଳାନ୍ୟାସ ଏବଂ 45 ପ୍ରକଳ୍ପର ଲୋକାର୍ପଣ କରିବେ । ଏ ନେଇ ଆଜି ଜନତା ମଇଦାନରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ସରକାରୀ ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ଆଇନ ମନ୍ତ୍ରୀ, ବରିଷ୍ଠ ଅଧିକାରୀଙ୍କ ସହ ଜନତା ମଇଦାନ ରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉଷେଣ୍ଡି ଏବଂ ତମାମ ନେତୃବୃନ୍ଦ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବେଳେ ଉପସ୍ଥିତ ଥିଲେ ।
ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବ । ଏୟାରପୋର୍ଟରୁ ତ୍ରିରଙ୍ଗା ଯାତ୍ରା କରିବେ ପ୍ରଧାନମନ୍ତ୍ରୀ । ଏବଂ କଳିଙ୍ଗ ଷ୍ଟାଡିୟମ୍ ଠାରୁ ବିଶାଳ ରୋଡ଼ ସୋ ରେ ଆସିବେ ପ୍ରଧାନମନ୍ତ୍ରୀ । ପାଖାପାଖି 2 ଲକ୍ଷ କାର୍ଯ୍ୟକର୍ତ୍ତା ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ କରିବେ । ଏୟାର ପୋର୍ଟରୁ ଜନତା ମଇଦାନ ଭିତରେ 28ଟି ଜାଗାରେ ସ୍ବାଗତ ପାଇଁ ସ୍ଵତନ୍ତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଜନତା ମଇଦାନ ରେ ପହଞ୍ଚିବା ପରେ 19 ହାଜର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ଏହାସହ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ କାର୍ଡ ବାଣ୍ଟିବେ, ଲକ୍ଷପତି ଦିଦିଙ୍କୁ ଭେଟିବେ, ମୁଖ୍ୟମନ୍ତ୍ରୀ ଅନ୍ତାଦ୍ୟୋୟ ଯୋଜନାରେ ଘର ବାଣ୍ଟିବେ । ସେହିପରି ପାଖାପାଖି ଦେଢ଼ ଲକ୍ଷ ଲୋକଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ