ଭୁବନେଶ୍ୱର, 19 ଜୁନ୍ (ହି.ସ.)
- କର୍ଣ୍ଣେଲ
ସୋମନାଥ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ
ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ବରିଷ୍ଠ ସେନା
ଅଧିକାରୀ ତଥା ୬୩ ରାଷ୍ଟ୍ରୀୟ ରାଇଫଲ୍ସ ବାଟାଲିୟନର କମାଣ୍ଡିଂ ଅଫିସର କର୍ଣ୍ଣେଲ ସୋମନାଥ
ମିଶ୍ରଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଗଭୀର ଭାବେ ଦୁଃଖିତ ଏବଂ ମର୍ମାହତ। ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି।
ଦିବଂଗତ ଆତ୍ମାଙ୍କ ଶାନ୍ତି ପାଇଁ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର
ସମବେଦନା ଜ୍ଞାପନ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା