ଭୁବନେଶ୍ୱର, 2 ଜୁନ୍ (ହି.ସ.)– ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଜେଇଇ ଆଡଭାନ୍ସ - ୨୦୨୫ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଜେଇଇ ଆଡଭାନ୍ସ - ୨୦୨୫ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ।ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆଗାମୀ ଦିନରେ ପ୍ରତ୍ୟେକ କ୍ଷେତ୍ରରେ ସମସ୍ତ ଛାତ୍ରଛାତ୍ରୀଙ୍କ ସଫଳତା ଏବଂ ଉଜ୍ଜ୍ୱଳ ଭବିଷ୍ୟତର କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ