ଭୁବନେଶ୍ୱର, ୨୧ ଜୁନ୍ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ଏହାର ପରବର୍ତୀ ଦୁଇ ଦିନ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ରାୟଗଡ଼ା, କୋରାପୁଟ । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆସନ୍ତାକାଲି ଅର୍ଥାତ୍ ୨୨ ତାରିଖ ପାଇଁ ୧୭ ଜିଲ୍ଲା ଏବଂ ୨୩ ତାରିଖ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୨୪ ତାରିଖ ୫ ଜିଲ୍ଲା ଏବଂ ୨୫ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ